ଶ୍ରୀମନ୍ଦିର ପରିକ୍ରମା ମାମଲା ରଦ୍ଦ କଲେ ସୁପ୍ରିମକୋର୍ଟ

ଭୁବନେଶ୍ଵର, ୦୩/୦୬ : ଆଜିପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ସୁପ୍ରିମକୋର୍ଟଙ୍କ କୋର୍ଟଙ୍କ ରାୟ ଆସିଛି। ଉଭୟ ଆବେଦନକାରୀଙ୍କ ମାମଲା ରଦ୍ଦ କରିଛନ୍ତି ସୁପ୍ରିକକୋର୍ଟ। ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା କଲେ କୋର୍ଟ। କୋର୍ଟଙ୍କ ବହୁମୂଲ୍ୟ ସମୟ ଅଯଥା ନଷ୍ଟ କରିଥିବାରୁ ଜରିମାନା କରାଯାଇଛି।ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ଖାରଜ ହୋଇଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ କରାଯାଇଛି। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରିଛନ୍ତି। ତୁମ ଇଚ୍ଛା ବିନା ପତ୍ରଟିଏ ହଲେନି ଆହେ ଜଗନ୍ନାଥ। ଜୟ ଜଗନ୍ନାଥ। କୋର୍ଟଙ୍କ ରାୟ ପରେ ସରକାରଙ୍କ ବିଜୟ ପରେ ଶ୍ରୀ ଜଗନ୍ନାଥଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: