ପୁରୀ,୧୦ ।୩ : ପୁରୀ ଶ୍ରୀମନ୍ଦିର ପାଇଁ ୨୦୨ କୋଟି ଟଙ୍କାର ବଜେଟ୍ ପ୍ରସ୍ତୁତ ହୋଇଛି । ୨୦୨୧-୨୨ ବର୍ଷ ଲାଗି ୨୦୨ କୋଟିର ବଜେଟ୍ ପ୍ରସ୍ତୁତି କରିଛି ଶ୍ରୀମନ୍ଦିର ଅର୍ଥ ସବକମିଟି । ରଥ ପାଇଁ ୧୧ କୋଟି ଟଙ୍କା ବ୍ୟୟ ବରାଦ ହୋଇଥିବା ବେଳେ ସେବାୟତ ଚିକିତ୍ସା ସୁବିଧା ପାଇଁ ୫୦ ଲକ୍ଷ ବ୍ୟୟ ବରାଦ ହୋଇଛି । ସେବାୟତ ସହାୟତା ପାଇଁ ୫ କୋଟି ଟଙ୍କାର ବ୍ୟୟବରାଦ ହୋଇଛି । ଗୁରୁକୁଳ ସ୍କୁଲ ପ୍ରତିଷ୍ଠା ପାଇଁ ସ୍ୱତନ୍ତ୍ର ବ୍ୟୟବରାଦ ହୋଇଛି । ଏହା ସହ ୨ଟି ଧର୍ମଶାଳା କାମ ଶେଷ ହୋଇଛି । ଗୋଟିଏ ନୂଆ ଭକ୍ତ ନିବାସ ପ୍ରତିଷ୍ଠା ହେବ । ଖଣି ଖାଦାନରୁ ୧୦ କୋଟିରୁ ଅଧିକ ରାଜସ୍ୱ ସଂଗ୍ରହ କରାଯିବ । ୨୦୨୩ ରଥଯାତ୍ରା ପୂର୍ବରୁ ସ୍ଥାୟୀ ଜମା ହଜାରେ କୋଟି କରିବାକୁ ଉଦ୍ୟମ କରାଉଛି । ବଡଦାଣ୍ଡ ଓ ଶ୍ରୀମନ୍ଦିର ସୁରକ୍ଷା ପାଇଁ କଡା ପଦକ୍ଷେପ ମଧ୍ୟ ନିଆଯିବ । ଏନଜିସିକୁ ସୁରକ୍ଷା ବ୍ୟବସ୍ଥା ନେଇ ଅବଗତ କରାଯିବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି । ୨୦୨୩ ରଥଯାତ୍ରା ପୂର୍ବରୁ ଶ୍ରୀମନ୍ଦିରର ସ୍ଥାୟୀ ଜମା ରାଶି ୧୦୦୦ କୋଟି ଟଙ୍କା କରିବା ପାଇଁ ଉଦ୍ୟମ କରାଯିବ ବୋଲି ଆଜି ଅର୍ଥ ସବକମିଟି ବୈଠକରେ ମୁଖ୍ୟ ପ୍ରଶାସକ ଡ଼. କ୍ରିଷନ କୁମାର ସୂଚନା ଦେଇଛନ୍ତି। ସବକମିଟିର ନିଷ୍ପତ୍ତି ଅନୁଯାୟୀ, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨ଟି ଧର୍ମଶାଳାର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଂଚିଥିବା ବେଳେ ଆଉ ଏକ ଭକ୍ତ ନିବାସ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଛି। ଏଥିପାଇଁ ଉନ୍ନୟନ ପ୍ରଶାସକଙ୍କ ନେତୃତ୍ୱରେ ଏକ କମିଟି ଗଠନ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |