ସମ୍ବଲପୁର ,୨୭।୦୩ : ସମ୍ବଲପୁର ସଦର ମେଡିକାଲରେ ଜନ୍ମ ନେଲେ ଯୋଡା ଶିଶୁ କନ୍ୟା । ଦୁଇ ଶିଶୁଙ୍କ ଗୋଟିଏ ଶରୀର। ବେକରୁ ପେଟ ଯାଏ ଯୋଡ଼ି ହୋଇ ରହିଛି। ସମ୍ବଲପୁରରେ ଏଭଳି ଯୋଡ଼ା ଶିଶୁ ଜନ୍ମ ନେଇଛନ୍ତି। ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିିକିତ୍ସାଳୟରେ ଜଣେ ମହିଳା ଶନିବାର ଏକ ଯୋଡ଼ା ଯାଆଁଳା ଶିଶୁଙ୍କୁ ଜନ୍ମ ଦେଇଛନ୍ତି। ଉଭୟ ନବଜାତ କନ୍ୟା ସନ୍ତାନ। ସମ୍ବଲପୁରରେ ଏହା ପ୍ରଥମ ଘଟଣା ହୋଇଥିବା ବେଳେ ଉଭୟ ନବଜାତକଙ୍କ ସ୍ବାସ୍ଥାବସ୍ଥା ଗମ୍ଭୀର ରହିଛି । ସମ୍ବଲପୁର ସଦର ମେଡିକାଲରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର ପାଇଁ ଯୋଜନା କରାଯାଉଥିବା ଜଣାପଡିଛି | ତେବେ ଆର୍ଥିକ ସ୍ୱଚ୍ଛଳ ନଥିବାରୁ ଚିକିତ୍ସା ନେଇ ଶିଶୁର ବାପାମା’ ଅସାମର୍ଥ୍ୟ ପ୍ରକାଶ କରିଛନ୍ତି। ଦୁ
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |