ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦାୟ କାଳୀନ ଓ ସ୍ୱାଗତ ସମ୍ବର୍ଦ୍ଧନା

ମୁନିଗୁଡା,୩୧/୧ (ନନ୍ଦ କିଶୋର ପଟ୍ଟନାୟକ):ରାୟଗଡା ଜିଲ୍ଲା ମୁନିଗୁଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶ୍ରେଣୀ ଗୃହ ପରିସରରେ ବିଦାୟ କାଳୀନ ଓ ସ୍ୱାଗତ ସମ୍ବର୍ଦ୍ଧନା ମୋହତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସାମାଜିକ କର୍ମୀ ଗୌରାଙ୍ଗ ଚରଣ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଅବସର ପ୍ରାପ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଅକ୍ଷୟ କୁମାର ମଲ୍ଲିକ, ସମ୍ମାନିତ ଅତିଥି ଭାବେ ବିଧାୟକ ପ୍ରତିନିଧି ରତନଲାଲ ଜୈନ ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅବସରରେ ବିଦ୍ୟାଳୟର ଶିକ୍ଷକ ପତିତପବନ ଜେନା, କିଶୋର ପ୍ରଧାନ, ଶିକ୍ଷୟତ୍ରୀ ରଶ୍ମିତା ଦିଗାଲ, ଅର୍ଣ୍ଣପୂର୍ଣ୍ଣା ଗିରି ପ୍ରମୁଖଙ୍କ ସମେତ ଅନ୍ୟ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ଦୀର୍ଘ ଦିନ ଧରି ବିଦ୍ୟାଳୟରେ କାର୍ଯ୍ୟରତ ବିଦାୟ କାଳୀନ ପ୍ରଧାନ ଶିକ୍ଷକ ସତ୍ୟନାରାୟଣ ପାତ୍ର, ଶିକ୍ଷକ ଏଙ୍କେଟେଶ୍ୱର ଶବର ଓ ଉଦୟ କୁମାର ଚୌଧୁରୀ ପ୍ରମୁଖଙ୍କ ଉପରେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ l ଏଥିସହ ନୂତନ ଭାବେ ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପି. ସୁରେଶ କୁମାର ଓ ହିନ୍ଧି ଶିକ୍ଷକ ଅରୁଣ କୁମାର ସାହୁଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ଶେଷରେ ପ୍ରଧାନ ଶିକ୍ଷକ ସତ୍ୟ ନାରାୟଣ ପାତ୍ରଙ୍କୁ ବିଦ୍ୟାଳୟ ତରଫରୁ ଉପଢୌଙ୍କନ ସହ ମାନପତ୍ର ପ୍ରଧାନ କରାଯାଇଥିଲା l ବିଦ୍ୟାଳୟରେ ଦୀର୍ଘ ଦିନ ଧରି କାର୍ଯ୍ୟ କରିଥିବା ବିଭିନ୍ନ ଅନୁଭୂତି ଓ ସ୍ମୁର୍ତି ଉପରେ ଉଦବୋଧନ ଦେଇଥିଲେ l ଏହି ସମୟରେ ବିଦ୍ୟାଳୟର ସମସ୍ତ ଛାତ୍ରୀ ମାନେ ଭାବ ବିହୁଳ ହୋଇଥିଲେ l ଶେଷରେ ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀ ପାତ୍ର ନୂତନ ପ୍ରଧାନ ଶିକ୍ଷକ ଶ୍ରୀ ସୁରେଶ କୁମାରଙ୍କୁ ଦାୟିତ୍ୱ ପ୍ରଦାନ କରିଥିଲେ l ଉକ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ମାନେ ପରିଚାଳନା ଓ ସହଯୋଗ କରିଥିଲେ l

WhatsApp Image 2021 01 31 at 2.12.24 PM

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: