ସହରାଞ୍ଚଳ ବନ୍ୟା ନିୟନ୍ତ୍ରଣ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୧/୯ : ବିପର୍ଯ୍ୟୟ ପରିଚାଳନାରେ ଆନ୍ତର୍ଜାତିକ ସ୍ୱୀକୃତି ହାସଲ ସହ ରାଜ୍ୟ ସରକାର ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ୀଭୂତ ଏବଂ ଶାଣିତ କରିବା ନିମନ୍ତେ ପଦକ୍ଷେପ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିପର୍ଯ୍ୟୟ ମୁକାବିଲା ସମ୍ବନ୍ଧିତ ରାଜ୍ୟସ୍ତରୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଏ ବିଷୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିମାନ ନିଆଯାଇଛି । ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ୍ ମୋଡ୍ରେ ଅନୁଷ୍ଠିତ ଏହି ବୈଠକରେ ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧିତ ସଦ୍ୟତନ ତଥ୍ୟ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।   ରାଜ୍ୟ ଲୋକସେବା ଭବନରୁ ଭର୍ଚୁଆଲ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଉନ୍ନୟନ କମିସନର ତଥା ସ୍ୱତନ୍ତ୍ର ରିଲିଫ୍ କମିସନର ପ୍ରଦୀପ କୁମାର ଜେନା ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧିତ ସଦ୍ୟତନ ତଥ୍ୟ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ । ଦୃତ ପରିବର୍ତ୍ତନଶୀଳ ଜଳବାୟୁ ପରିପ୍ରେକ୍ଷୀରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ ଓ ଶାଣିତ କରିବା ନିମନ୍ତେ ବୈଠକରେ ସ୍ଥିର ହୋଇଥିଲା । ଏଥି ପାଇଁ ଓଡ଼୍ରାଫ୍, ଅଗ୍ନିଶ୍ରମ ସେବା ୟୁନିଟ୍, ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ୟୁନିଟ୍ ଗୁଡିକୁ ଅତ୍ୟାଧୂନିକ ଯନ୍ତ୍ରପାତି ଓ ଉପକରଣ ଯୋଗାଇ ଦିଆଯିବ । ନିୟମିତ ବ୍ୟବଧାନରେ ତାଲିମ ଦିଆଯାଇ ସେମାନଙ୍କ ଦକ୍ଷତା ବୃଦ୍ଧି କରାଯିବ । ବନ୍ୟା ପ୍ରବଣ ଅଞ୍ଚଳମାନଙ୍କରେ ଅଧିକ ବନ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା । ବାରମ୍ବାର ବନ୍ୟାରେ ପ୍ରଭାବିତ ହେଉଥିବା ଏବଂ ଆବଶ୍ୟକ ପରିମାଣର ଆଶ୍ରୟସ୍ଥଳୀ ନଥିବା ଗ୍ରାମମାନଙ୍କୁ ଚିହ୍ନଟ କରି ସେଠାରେ ବନ୍ୟା-ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବରି, ଧାମନଗର, ଗୋପ ଆଦି ବନ୍ୟା ପ୍ରବଣ ଅଞ୍ଚଳର ବନ୍ୟା ଘେରିବନ୍ଧକୁ ଅଧିକ ଉଚ୍ଚ ଓ ଦୃଢ଼ କରିବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଥିଲା । ବିପର୍ଯ୍ୟୟ ପରିଚାଳନା ଦକ୍ଷତା ଅବିବୃଦ୍ଧି ବାବଦରେ ପ୍ରାୟ ୪୦୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ବୈଠକର ଆଲୋଚନାରୁ ଜଣାପଡିଥିଲା । ଜରୁରୀ ରିଲିଫ୍, ମରାମତି, ପୁନଃ ସ୍ଥାପନ ଏବଂ ପ୍ରଭାବିତ ଲୋକଙ୍କୁ ବିଭିନ୍ନ ପ୍ରକାର ସହାୟତା ବଣ୍ଟନ ଆଦି ବାବଦରେ ବିଭାଗମାନଙ୍କୁ ଦିଆଯାଇଥିବା ଅନୁଦାନର ବିନିଯୋଗ ପ୍ରମାଣପତ୍ର ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଦାଖଲ କରିବା ପାଇଁ ମଧ୍ୟ ଉନ୍ନୟନ କମିସନର ଶ୍ରୀ ଜେନା ନିର୍ଦ୍ଦେଶ ଦେଇଥିଲେ । ବିପର୍ଯ୍ୟୟ ପରବର୍ତ୍ତୀ ଆବଶ୍ୟକତା ଆକଳନ (ପି.ଡ଼ି.ଏନ୍.ଏ) ବିଷୟ ବୈଠକର ଆଲୋଚନାରେ ସ୍ଥାନ ପାଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: