ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର, ୨୬।୧: ଆଜି ସାରା ଦେଶ ପାଳୁଛି ୭୩ତମ ସାଧାରଣତନ୍ତ୍ର ଦିବସ   । ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।   ଦେଶର ଏକତା ପାଇଁ ବଳିଦାନ ଦେଇଥିବା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ମା ରମାଦେବୀ, ସହିଦ ବାଜି ରାଉତ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନ ଙ୍କୁପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ସହିଦ୍ ହୋଇଥିବା କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି,  ଆମର ସ୍ବାଧୀନତା ସଂଗ୍ରାମ କେବଳ ଏକ ରାଜନୈତିକ ସଂଗ୍ରାମ ନ ଥିଲା । ଏହା ଥିଲା ସମତା ଓ ନ୍ୟାୟ ପାଇଁ ସଂଗ୍ରାମ । ହିଂସା ଓ ଶୋଷଣ ବିରୁଦ୍ଧରେ ସଂଗ୍ରାମ । ଆମର ସଂଗ୍ରାମ କେବଳ ଆମ ପାଇଁ ସ୍ବାଧୀନତା ଆଣି ନଥିଲା । ଏହା ଥିଲା ସାରା ବିଶ୍ବ ପାଇଁ ମାନବତାର ସବୁଠାରୁ ବଡ ବିଜୟ। ଆମର ସ୍ବାଧୀନ ମୂଲ୍ୟବୋଧ ହିଁ ସମସ୍ତ ବିବିଧତା ସତ୍ତ୍ବେ ଭାରତକୁ ମଜବୁତ କରି ରଖିଛି । ବିବିଧତା ହିଁ ଆମର ଶକ୍ତି । ଆମ ଜୀବନଧାରାର ଗୁରୁତ୍ବପୂର୍ଣ୍ଣ ଦିଗ । ଏହାକୁ ଆମେ କେବେ ବି ନଷ୍ଟ ହେବାକୁ ଦେବା ନାହିଁ । ସେହିପରି ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ। ଆମ ଗଣତନ୍ତ୍ରର ଆତ୍ମା। ଏକ ମହାନ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର ହେଉଛି ଆମର ସମ୍ବିଧାନ। ଏକ ସମୃଦ୍ଧ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଏହା ଆମକୁ ସବୁବେଳେ ପ୍ରେରଣା ଦେଇଆସିଛି। ଆମ କଥା ଓ କାର୍ଯ୍ୟରେ ସମ୍ବିଧାନର ମୂଲ୍ୟବୋଧ ପ୍ରତିଫଳିତ ହୋଇପାରିଲେ, ଭାରତ ବିଶ୍ବର ଶ୍ରେଷ୍ଠ ଗଣତାନ୍ତ୍ରିକ ରାଷ୍ଟ୍ର ହୋଇପାରିବ। କରୋନାର ତୃତୀୟ ଲହରୀ ଏବେ ସାରା ବିଶ୍ବରେ ବ୍ୟାପିଛି। ଆମେ ମଧ୍ୟ ଏହାର ମୁକାବିଲା କରୁଛୁ। ମୋର ଅନୁରୋଧ ଆମେ ଭୟଭୀତ ହେବା ନାହିଁ। କରୋନାର ସବୁ ଗାଇଡଲାଇନ୍‌ସକୁ ଠିକ୍‌ ଭାବରେ ପାଳନ କରିବା ଏବଂ କରୋନାକୁ ହରାଇବା। ମୋର ବିଶ୍ବାସ, ସମସ୍ତଙ୍କ ସହଯୋଗରେ କରୋନା ଶୀଘ୍ର ଦୂର ହେବ ଏବଂ ଜୀବନଜୀବିକା ଆଗଭଳ ପୁଣି ସ୍ବାଭାବିକ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: