ସାବଧାନ ବଢୁଛି ତାତି, ଦୁଇଦିନରେ ୪୦ ଡିଗ୍ରୀ ଛୁଇଁବ

ଭୁବନେଶ୍ୱର ୧୪/୦୩: ରାଜ୍ୟ ବଢୁଛି ତାତି । ଟିଟିଲାଗଡ଼ରେ ରବିବାର ୩୮ ଡିଗ୍ରୀ ଛୁଇଁଛି । ଆଗକୁ ଆହୁରି ବଢିବ । ୩ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା । ଆସନ୍ତା ୧୬ ଓ ୧୭ ତାରିଖରେ ରାଜ୍ୟର ୬ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି । ଏହି ଦୁଇଦିନ ତାତି ୪୦ ଡିଗ୍ରୀ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।୧୬ ତାରିଖରେ ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ସେହିପରି ୧୭ ତାରିଖରେ ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ହେବ ବୋଲି କେନ୍ଦ୍ର ଆକଳନ କରିଛି। ୟେଲୋ ୱାର୍ଣ୍ଣିଂ ବି ଜାରି କରିଛି । ଯାହାକୁ ନେଇ ଉପରୋକ୍ତ ୬ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ (ଏସ୍‌ଆର୍‌ସି) ।ଏହି ଖବର ଲୋକଙ୍କ ମଧ୍ୟରେ ପ୍ରସାର କରିବା ସହିତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।କେତେକ ଜିଲ୍ଲାରେ ଦିନର ତାପମାତ୍ର ତିନିରୁ ଚାରି ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: