ସାରା ଓଡ଼ିଶାରେ ଶୀତ ଲହରୀ ,୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା

ଭୁବନେଶ୍ୱର,୨୮।୧:  ସାରା ଓଡ଼ିଶାରେ ଶୀତ ଲହରୀ ,୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା । ରାଜ୍ୟରେ ପ୍ରବଳ ଥଣ୍ଡା ହେବା ନେଇ ସତର୍କ କଲା ପାଣିପାଗ ବିଭାଗ । ଆଜିଠୁ ୩୦ ତାରିଖ ଯାଏଁ ରାଜ୍ୟରେ ଶୀତ ଲାଗି ରହିବ ବୋଲି କୁହାଯାଇଛି । ୪୮ ଘଣ୍ଟା ମଧ୍ୟରେ ୩ରୁ ୪ ଡିଗ୍ରୀ ତଳକୁ ପାରଦ ଖସିବ । ଆଜିଠୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢ଼ିବା ସହ ପାହାଡିଆ ଅଞ୍ଚଳରେ ରାତିର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏଥି ସହ ଗତ କିଛି ଦିନହେବ ରାଜ୍ୟର କେତେକାଂଶ ଅଞ୍ଚଳରେ ଅଦିନିଆ ବର୍ଷା ଲାଗି ରହିଛି । କୋହଲା ପାଗ ସାଙ୍ଗକୁ ମଧ୍ୟ ଘନକୁହୁଡି କିଛି ସ୍ଥାନରେ ଦେଖିବାକୁ ମିଳୁଛି । ହେଲେ ବର୍ତ୍ତମାନ ସାରା ରାଜ୍ୟରେ ଶୁଖିଲା ପାଗ ଥିବା ବେଳେ ଶୀତ ବଢ଼ିବ ବୋଲି ସୂଚନା ଦେଇଛି ପାଣିବାଗ ବିଭାଗ ।ଏଥିପାଇଁ ୨୮ ରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୬ଟି ଜିଲ୍ଲା ଝାରସୁଗୁଡା, ବରଗଡ, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।ସେହିଭଳି ୨୯ ତାରିଖରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୧୦ଟି ଜିଲ୍ଲା ଝାରସୁଗୁଡା, ବରଗଡ, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ନୂଆପଡା, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାରେ ତୀବ୍ର ଶୀତ ଲହରୀ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୩୧ ତାରିଖରେ ମଧ୍ୟ ୫ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ରାତ୍ରି ସମୟରେ ବାଇକରେ ଦୂର ଯାତ୍ରାରେ ନଯିବାକୁ ପରାମର୍ଶ ଦିଆଯାଇଛି । ଘନ କୁହୁଡି ଏବଂ ତୀବ୍ର ଶୀତ ଲହରୀ ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: