ନୂଆଦିଲ୍ଲୀ,୧୭।୩: ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦର ସିକନ୍ଦରାବାଦ ଅଞ୍ଚଳରେ ୩ ମହଲା ବିଶିଷ୍ଟ ରେସିଡେନ୍ସିଆଲ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୬ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନଙ୍କ ମଧ୍ୟରେ ମହିଳାମାନେ ମଧ୍ୟ ଅନ୍ତର୍ଭୁକ୍ତ। ଘଟଣା ସମ୍ପର୍କରେ ସୂଚନା ଦେଇ ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଯେ ନିଆଁକୁ ଆୟତ୍ତ କରାଯାଇଛି। ଅନୁସନ୍ଧାନ ପରେ ମୃତ୍ୟୁର କାରଣ ଜଣା ପଡିବ, କିନ୍ତୁ ଶ୍ୱାସରୁଦ୍ଦ ହେତୁ ମୃତ୍ୟୁ ହେଇଥିବାର ସମ୍ଭାବନା ଅଧିକ ବୋଲି କହିଛନ୍ତି ପୋଲିସ ଅଧିକାରୀ।ସିକନ୍ଦରାବାଦରେ ଥିବା ବହୁ ମହଲା ବିଶିଷ୍ଟ କମର୍ସିଆଲ୍ କଂପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୪ ଜଣ ବାଳିକା ଓ ୨ ଜଣ ବାଳକ ଅଛନ୍ତି। ୭ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ସର୍ଟସର୍କିଟରୁ ଏଭଳି ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ମୃତକମାନେ ତେଲେଙ୍ଗାନାର ୱାରାଙ୍ଗଲ ଓ ଖମାମ୍ ଜିଲ୍ଲାର ବୋଲି ଜଣାପଡ଼ିଛି। ଗତକାଲି ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ସ୍ୱପ୍ନଲୋକ କମର୍ସିଆଲ୍ କଂପ୍ଲେକ୍ସରେ ନିଆଁ ଲାଗି ଯାଇଥିଲା। ଅଗ୍ନିଶମ ବାହିନୀ ନିଆଁ ଲିଭା ଓ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ ମଧ୍ୟ ୬ ଜଣଙ୍କର ଜୀବନ ଚାଲି ଯାଇଛି। ନିଆଁ ଲାଗିବାବେଳେ ଏମାନେ କଂପ୍ଲେକ୍ସ ଭିତରେ ଥିଲେ। ଏମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।ସର୍ଟସର୍କିଟରୁ ଏଭଳି ଭୟାବହ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |