ସୀମାଚଳ ଦାଶ ହେଲେ ଆଇଏମଏଫ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ପରାମର୍ଶଦାତା

ନୂଆଦିଲ୍ଲୀ୨୦/୯ : ଭାରତୀୟ ରାଜସ୍ୱ ସେବା(ଆଇଆର୍‍ଏସ୍‍)ର ଓଡ଼ିଆ ଅଧିକାରୀ ସୀମାଚଳ ଦାଶଙ୍କୁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମଏଫ)କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ କରାଯାଇଛି। କେନ୍ଦ୍ର ସରକାରଙ୍କ ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ କମିଟି ଶ୍ରୀ ଦାଶଙ୍କ ନାମ ଉପରେ ମୋହର ମାରିଛି। ଶ୍ରୀ ଦାଶ ଏହି ପଦବୀରେ ୩ ବର୍ଷ ପାଇଁ କାର୍ଯ୍ୟ କରିବେ ବୋଲି କେନ୍ଦ୍ର କାର୍ମିକ, ସାଧାରଣ ଅଭିଯୋଗ ଓ ପେନ୍‍ସନ୍‍ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।ସେ ଏବେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟର ପ୍ରମୁଖ ସ୍ୱତନ୍ତ୍ର ନିର୍ଦ୍ଦେଶକ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‍ କରି ଶ୍ରୀ ଦାଶଙ୍କୁ ଅଭିନନ୍ଦନ ଜଣାଇବା ସହ ନୂଆ ପଦବୀରେ ତାଙ୍କ ସଫଳତା କାମନା କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!