ଗଞ୍ଜାମ ,୦୨।୦୨: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଜରଡ଼ା ଥାନା କେଲୁଆ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି । ଜରଡ଼ା ଥାନା କେଲୁଆ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି । ସ୍କୁଟିକୁ ଧକ୍କା ଦେଇଥିଲା ଟ୍ରକ । ଯାହାଫଳରେ କି ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଯାଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଜରଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି ।ଏପରିକି ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ ମଧ୍ୟ କରିଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ହସ୍ତଗତ ହୋଇନାହିଁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |