ପିପିଲି ,୩୦।୦୫ : ଆଜି ପୂର୍ବତନ ମନ୍ତ୍ରୀ ତଥା ସ୍ବର୍ଗତଃ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୬୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ତେବେ ଗତ କିଛିଦିନ ତଳେ ପ୍ରଣୟ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଆଜି ସକାଳେ ପ୍ରଣୟଙ୍କ ମୃତ୍ୟୁ ହୋଇଥିବା ନେଇ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି । ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |