ହନି ଟ୍ରାପ୍‌ରେ ପଡ଼ି ତଥ୍ୟ ଦେଇଥିଲେ DRDOର ଠିକା କର୍ମଚାରୀ !

ବାଲେଶ୍ୱର,୧୫/୯: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ DRDO ତଥ୍ୟ ଲିକ୍ ଘଟଣାରେ ମିଳିଛି ହନି ଟ୍ରାପ୍ ଲିଙ୍କ୍। DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି। ଗତକାଲି ଗୋପନ ରଖାଯାଇଥିବା ଚତୁର୍ଥ ଅଭିଯୁକ୍ତଙ୍କ ନାଁ ହେମନ୍ତ ମିସ୍ତ୍ରୀ।  ସେ ଡିଜି ଅପରେଟର ଭାବେ କାମ କରୁଥିଲେ। ବିଦେଶୀ ସଂସ୍ଥାକୁ ତଥ୍ୟ ଲିକ୍ ଅଭିଯୋଗରେ ଗତକାଲି DRDOର ୪ ଠିକା କର୍ମଚାରୀଙ୍କୁ  ଗିରଫ କରାଯାଇଥିଲା।  ପାକିସ୍ତାନ ISIକୁ ଦେଶର ପ୍ରତିରକ୍ଷା ସମ୍ପର୍କିତ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ପୋଲିସ୍ ଏହି ୪ ଜଣଙ୍କୁ ଗିରଫ କରିଛି। ଗିରଫ ୪ ଅଭିଯୁକ୍ତ ହେଲେ ବସନ୍ତ ବେହେରା, ପ୍ରକାଶ ବେହେରା, ଶେଖ୍ ମୁସାକ୍ ଓ ହେମନ୍ତ ମିସ୍ତ୍ରୀ। ଏମାନେ ସମସ୍ତେ ଚାନ୍ଦିପୁର ଝାମ୍ପରାହାଟ ଓ ନୂଆନଈ ଅଞ୍ଚଳର ବୋଲି ସୂଚନା ମିଳିଛି।ଏହି ୪ ଅଭିଯୁକ୍ତ ITRର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରେ କାମ କରୁଥିଲେ। ଯେଉଁମାନେ କି ବିଦେଶୀ ସଂସ୍ଥା ଏବଂ ପାକିସ୍ତାନୀ ଏଜେଣ୍ଟଙ୍କ ସହ ଫୋନ୍ କଲ ମାଧ୍ୟମରେ ଲିଙ୍କ୍‌ରେ ରହି ତଥ୍ୟ ପ୍ରଘଟ କରିଥିବା ଆଶଙ୍କା କରାଯାଉଛି। ସଠିକ୍‌ ତଥ୍ୟ ମିଳିବା ପରେ ତନାଘନା କରି ଏହି ୪ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ସତ ଉଗାଳିବାକୁ ଚେଷ୍ଟା କରୁଛି ପୋଲିସ୍।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: