୧୧ଟା ୪୫ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ କରିବେ ୨୧ ନୂଆ ମନ୍ତ୍ରୀ

ଭୁବନେଶ୍ଵର,୫/୬: ରବିବାର ଦିନ ପୂର୍ବାହ୍ନ ୧୧ଟା ୪୫ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଲୋକସେବା ଭବନର କନଭେନସନ୍ ହଲରେ ଏଥିପାଇଁ ଭବ୍ୟ ଆୟୋଜନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଆଜି ମୋଟ ୨୧ଜଣ ନୂଆ ମନ୍ତ୍ରୀ ଶପଥ ନେଇ ପାଇପାରନ୍ତି ବୋଲି ସୂଚନା ମିଳିଛି। ଏଥିରେ ୧୩ଜଣ କ୍ୟାବିନେଟ୍ ଓ ୮ଜଣ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ଅଛନ୍ତି। ଏହି ନୂଆ ମନ୍ତ୍ରିମଣ୍ଡଳରେ ୫ଜଣ ମହିଳାଙ୍କୁ ମଧ୍ୟ ମନ୍ତ୍ରୀପଦ ମିଳିବ। ଏମାନଙ୍କ ଭିତରୁ ୩ଜଣଙ୍କୁ କ୍ୟାବିନେଟ୍ ଓ ୨ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିବ ବୋଲି ଜଣାଯାଇଛି।ଯେଉଁମାନେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେବାକୁ ଯାଉଛନ୍ତି, ସେମାନେ ହେଲେ ଜଗନ୍ନାଥ ସାରକା, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ଟୁକୁନି ସାହୁ, ପ୍ରଫୁଲ୍ଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ୍, ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା ଓ ରାଜେନ୍ଦ୍ର ଢୋଲକିଆ। ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ବ୍ରମ ଶପଥ ଗ୍ରହଣ କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: