୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଜଳିଗଲା ୧୪ ଚକିଆ ଟ୍ରକ

ଯାଜପୁର, ୧୫/୧୦: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ସିଙ୍ଗଡ଼ା ଛକ ନିକଟରେ ଅଘଟଣ । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ଟ୍ରକ ଜଳି ଯିବା ସହ ଟ୍ରକ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକ ସ୍ଥାନୀୟ ଗୋଳେଇପୁର ଅଞ୍ଚଳର ସୁରେଶ କୁମାର ଦାସ ବୋଲି ଜଣାପଡିଛି । ସୂଚନା ମୁତାବକ ସୁରେଶ ଆଜି ଅପରାହ୍ନରେ ଏକ ୧୪ ଚକିଆ ଟ୍ରକ୍ ନେଇ ପାଣିକୋଇଲି ଅଭିମୁଖେ ଯାଉଥିବା ସମୟରେ ସିଙ୍ଗଡା ଛକ ନିକଟରେ ଟ୍ରକଟି ୧୧ କେଭି ତାରରେ ଲାଗି ଯାଇଥିଲା ।  ପରେ ଡ୍ରାଇଭର ଜଣଙ୍କ ଟ୍ରକ୍ ଉପରେ ଚଢ଼ି ତାରକୁ ଖୋଲିବାକୁ ଚେଷ୍ଟା କରିବା ସମୟରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଥିଲା। ଏଥିସହିତ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଟ୍ରକଟି ମଧ୍ୟ ଜଳି ଯାଇଥିଲା। ଖବର ପାଇ ପାଣିକୋଇଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ଏହି ଘଟଣା ଜଣାପଡିବା ପରେ ସମଗ୍ର ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: