ହୀରାକୁଦ ,୧୬/୦୭: ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଫଳରେ ଅନେକ ନଦୀର ଜଳସ୍ତର ବୃଦ୍ଧି ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ଆସନ୍ତା ୧୮ ତାରିଖରେ ୫ଟି ଗେଟ୍ ଖୋଲଯିବା ସହ ହୀରକୁଦରୁ ଛଡାଯିବ ଏ ବର୍ଷର ପ୍ରଥମ ବନ୍ୟାଜଳ। ୧୮ ତାରିଖ ସକାଳ ୧୧ଟା ସୁଦ୍ଧା ଖୋଲାଯିବ ହୀରାକୁଦ ଗେଟ୍। ଗେଟ୍ ଖୋଲାଯିବା ନେଇ ହୀରାକୁଦ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀଙ୍କ ପକ୍ଷରୁ ଆଜି ସୂଚନା ମିଳିଛି। ତେବେ ଦିନ ୧୧ଟାରେ ପ୍ରର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲାଯିବ । ମହାନଦୀ ତଟବର୍ତ୍ତୀ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗେଟ୍ ଖୋଲିବା ଯୋଗୁଁ ମହାନଦୀ ଓ ତାର ଶାଖା ନଦୀ ଗୁଡିକର ଜଳସ୍ତର ବୃଦ୍ଧି ପାଇବ । ତେଣୁ ନଦୀ ମଧ୍ୟକୁ ପ୍ରବେଶ ନକରିବାକୁ ସତର୍କ କରାଯାଇଛି । ଏହାସହ ୧୨ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି । ଏନେଇ ହୀରାକୁଦ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।ଅନ୍ୟପଟେ ଭୁବନେଶ୍ବର, କଟକ ସହରରେ ଆଜି ସକାଳୁ ପ୍ରବଳ ବର୍ଷା ଜାରି ରହିଛି । ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷାରେ ଦୃଶ୍ୟମାନ ଦୂରତା କମୁଥିବାରୁ ନିଜକୁ ଯାତାୟାତରୁ ନିବୃତ ରଖିବାକୁ ପରାମର୍ଶ ଦିଆଯାଇଛି । ପ୍ରବଳ ବର୍ଷା ନେଇ ୭ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଓ ଅନୁଗୁଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |