୧୯ ଘଣ୍ଟାର ଅପରେସନ ପରେ ମିଳିଲା ନିଖୋଜ ଛାତ୍ରଙ୍କ ମୃତଦେହ!

ଭୁବନେଶ୍ୱର ,୨୦/୦୯: ରାଜଧାନୀ ଭୁବନେଶ୍ୱରରେ ପାଣି ସୁଅରେ ଭାସିଯାଇ ଟ୍ୟୁସନ ପଢ଼ିବାକୁ ଯାଇଥିବା  ଦଶମ ଶ୍ରେଣୀର ଛାତ୍ର ଜ୍ୟୋତିପ୍ରକାଶ ବେହେରା ଓରଫ୍ ରାଜାଙ୍କ   ମୃତଦେହ ଆଜି ଉଦ୍ଧାର ହୋଇଛି । ଭୁବନେଶ୍ୱର ଗଣ୍ଡମୁଣ୍ଡା ସୌଭାଗ୍ୟନଗରର ନାଳଭିତରେ ଗତକାଲି ଭାସିଯାଇଥିବା ଦଶମ ଛାତ୍ରର ମୃତଦେହ ଆଜି ଉଦ୍ଧାର ହୋଇଛି । ୧୯ ଘଣ୍ଟାର ଅପରେସନ ପରେ ଉଦ୍ଧାରକାରୀ ଦଳ ଛାତ୍ରର ମୃତଦେହ ଉଦ୍ଧାର କରିଛି । ପଞ୍ଚଶଖା ନଗର ମୁଖ୍ୟ ଡ୍ରେନ ନିକଟ ବୁଦା ଭିତରୁ ମିଳିଛି ମୃତଦେହ । ଅନ୍ୟପଟେ ଉଦ୍ଧାର ହୋଇଥିବା ମୃତଦେହକୁ ଚିହ୍ନଟ ପାଇଁ ଉଦ୍ୟମ ଜାରି ରହିଛି । ତେବେ ଗତକାଲି ଶିରିପୁର ଶତାବ୍ଦୀନଗର ବ୍ୟାଙ୍କ କଲୋନୀରେ ଛାତ୍ର ଜଣକ ନାଳରେ ଭାସିଯାଇଥିଲେ ।୧୫ ବର୍ଷର ଜ୍ୟୋତିପ୍ରକାଶ ବେହେରା ଟ୍ୟୁସନ୍ ଯାଉଥିବା ବେଳେ ନାଳରେ ଭାସିଯାଇଥିଲେ । ପ୍ରବଳ ବର୍ଷାରେ ଖୋଲା ଡ୍ରେନରେ ପ୍ରବାହିତ ପାଣିରେ ସେ ଭାସିଯାଇଥିବା ବେଳେ ୩୪ ଜଣ ଅଗ୍ନିଶମ କର୍ମଚାରୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: