ନୂଆଦିଲ୍ଲୀ,୯/୬ : ୨୦୨୨ ସୁଦ୍ଧା ଚାଷୀଙ୍କ ଆୟକୁ ଦୁଇଗୁଣା କରିବା ଏବଂ ଅନ୍ନଦାତାଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ପୂରଣ କରିବା ଦିଗରେ ଆଉ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ କେନ୍ଦ୍ର ସରକାର ୨୦୨୧-୨୨ ଖରିଫ ଫସଲ ପାଇଁ ବିଭିନ୍ନ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସପି ବୃଦ୍ଧି କରିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ୨୦୨୧-୨୨ ଖରିଫ ଫସଲ ପାଇଁ ଏମଏସପି ବୃଦ୍ଧି କରିବା ନିଷ୍ପତି ନିଆଯାଇଛି। ଧାନର କ୍ୱିଣ୍ଟାଲ ପିଛା ମୂଲ୍ୟ ୭୨ ଟଙ୍କା ବୃଦ୍ଧି କରାଯାଇ ୧୯୪୦ ଟଙ୍କା ଧାର୍ଯ୍ୟ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |