୨୦୨୩ ହକି ବିଶ୍ୱକପ୍ ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର, ୧୪/୪: ପୁରୁଷ ହକି ବିଶ୍ୱକପ୍ ୨୦୨୩ର ଲୋଗୋ ଉନ୍ମୋଚିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍‌ରେ ଏହାର ଲୋଗୋ ଉନ୍ମୋଚନ କରିଛନ୍ତି । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲୋର ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ଷ୍ଟାଡିୟମରେ ବିଶ୍ବକପର ମ୍ୟାଚ୍ ଗୁଡିକ ଖେଳାଯିବ । ଗୁରୁବାର FIH ପ୍ରୋ-ଲିଗ୍‌ର ଭାରତ-ଜର୍ମାନୀ ମ୍ୟାଚ୍ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ଲୋଗୋର ଉନ୍ମୋଚନ କରିଛନ୍ତି । ୨୦୧୮ରେ ଏ ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!