ଭୁବନେଶ୍ଵର ,୨୦।୪: ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି । ଆସନ୍ତା ୨୨ ତାରିଖ ଯାଏଁ କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓଡିଶାରେ ଘଡଘଡି ସହ କେତେକ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସମ୍ବଲପୁର, ସୁନ୍ଦରଗଡ, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେଉଁଝର, ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହୋଇପାରେ । ସେହିପରି ଦକ୍ଷିଣ ଉପକୂଳ ଓଡିଶାରେ କୋରାପୁଟ,ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାରେ ଘଡଘଡି ସହ ବର୍ଷା ନେଇ ୟେଲୋ ୱର୍ଣ୍ଣିଂ ଜାରୀ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଗୁରୁବାର କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ୟାଜପୁର, ଢେଙ୍କାନାଳ, ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡା , କୋରାପୁଟ ଆଦି ଜିଲ୍ଲାର କେତେକ ସ୍ଥାନର ହାଲୁକା ବର୍ଷା ସହ ଘଣ୍ଟା ପ୍ରତି ପବନର ବେଗ ୪୦ ରୁ ୫୦ କିଲୋମିଟର ରହିପାରେ । ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଆସନ୍ତା ୨୨ ତାରିଖ ଯାଏଁ ଦେଖାଦେବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |