ଭୁବନେଶ୍ୱର,୨୩/୦୯ : ଆସନ୍ତା ୨୪ ତାରିଖ ସନ୍ଧ୍ୟା ବେଳକୁ ଉତ୍ତର ପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ଆଡକୁ ମୁହଁାଇବ। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ସେହିପରି ଲଘୁଚାପ ବୁଧବାର ଝାଡ଼ଖଣ୍ଡର ଦକ୍ଷିଣ ପୂର୍ବ ଅଞ୍ଚଳରେ ସକ୍ରିୟ ରହିଛି। ମୌସୁମି ଜନିତ ନିମ୍ନଚାପ ରେଖା ବାଲେଶ୍ବରର ଦକ୍ଷିଣ ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣଗୁରୁବାର ଆଭ୍ୟନ୍ତରୀଣ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ପ୍ରବଳ ବର୍ଷା ସମ୍ଭାବନା କମ୍ । ଶୁକ୍ରବାର ବିଶେଷ ବର୍ଷା ହେବନି । ୨୫ରୁ ବର୍ଷା ବଢ଼ିବ । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହୋଇପାରେ । ଅନେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୨୬ରୁ ବର୍ଷା ପ୍ରକୋପ ଆହୁରି ବଢ଼ିଯିବ । ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ଗଞ୍ଜାମରୁ ବାଲେଶ୍ୱର ପର୍ଯ୍ୟନ୍ତ ସମଗ୍ର ଉପକୂଳ ଓଡ଼ିଶାରେ ବର୍ଷା ଛେଚିବ । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ନୟାଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱରରେ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଅଳ୍ପ କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲାର ଜାମଶୋଳାଘାଟରେ ସବୁଠୁ ଅଧିକ ବର୍ଷା ୧୫୭.୬ ମିମି, ତିରିଂରେ ୧୧୬.୨ ମିମି, ଚନ୍ଦନପୁରରେ ୯୯.୬ମିମି, କେନ୍ଦୁଝର ଜିଲାର ଚମ୍ପୁଆରେ ୯୮.୪ ମିମି ବର୍ଷା ରେକର୍ଡ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |