ନୂଆଦିଲ୍ଲୀ: ବିଶ୍ଵରେ କରୋନାର ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି | ଆଜି ସୁଦ୍ଧା ଦେଶରେ ୬୦, ୭୪, ୭୦୨ ଲକ୍ଷ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୦,୧୬,୫୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୯୫, ୫୪୨ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୮୨,୧୭୦ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯, ୬୨,୬୪୦ ରହିଛି। ୨୪ ଘଣ୍ଟାରେ ୧୦୩୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |