ନୂଆଦିଲ୍ଲୀ, ୧୯/୯: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୯୩,୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୪୭ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩,୦୮,୦୧୫କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୮୫,୬୧୯ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୪୨,୦୮,୪୩୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୦,୧୩,୯୬୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |