ଭୁବନେଶ୍ୱର,୨୬ା୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ୨୮ ତାରିଖରେ ତାରିଖ ଘୋଷଣା କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ଏହି ସୂଚନା ଦେଇଛନ୍ତି। ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଅନୁସାରେ, ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ। ସେ ଆହୁରି କହିଛନ୍ତି, ମେ’ ୩୦ କିମ୍ବା ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇପାରେ। ସେହିପରି ଜୁନ ୮ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ରେଜଲ୍ଟ। ତେବେ ଯୁକ୍ତ ଦୁଇ ପରୀକ୍ଷା ଫଳ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ବାହାରିବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କୌଣସି ସୂଚନା ଦିଆଯାଇନାହିଁ। ଚଳିତ ବର୍ଷ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ। ଯୁକ୍ତ ୨ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନ ରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ରେ ୫ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସାରା ରାଜ୍ୟରେ ମୋଟ୍ ୧୧୪୫ କେନ୍ଦ୍ର କରାଯାଇ ଥିବା ବେଳେ ୨୦୨ ଟି ହବ କରାଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |