୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ଵର, ୧୫/୦୬ : ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ହେଉଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀର ଉତ୍ତର ସୀମା ଏବେ ଜଲଗାଁଓ, ବିଦର, ତିରୁପତି ଓ ପୁଡୁଚେରୀ ଉପରେ ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଗୁଜୁରାଟର ଆଉ କିଛି ଅଂଶ, ମଧ୍ୟପ୍ରଦେଶର କିଛି ଅଂଶ, ମଧ୍ୟ ମହାରାଷ୍ଟ୍ରର ସଂପୂର୍ଣ୍ଣ ଅଂଚଳ, ମରାଠଓ୍ବାଡ଼ା, ତାମିଲନାଡୁ ଓ କର୍ଣ୍ଣାଟକ, ତେଲେଙ୍ଗାନାର ଆଉ କିଛି ଅଂଶ, ଆନ୍ଧ୍ରପ୍ରଦେଶର ଆଉ କିଛି ଅଂଶ, ଓଡ଼ିଶାର କିଛି ଅଂଶ, ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡକୁ ଛୁଇଁବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର କେତେକ ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହି ସମୟରେ ଦକ୍ଷିଣ, ପଶ୍ଚିମ, ମଧ୍ୟ ଓ ଉପକୂଳ ଓଡ଼ିଶାର ମୋଟ ୨୦ଟି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲା ପାଇଁ ହଳଦିଆ ସତର୍କତା ଜାରି କରାଯାଇଛି । ସେହିପରି ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହୋଇପାରେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: