ପାରାଦୀପ,୧୬।୧ : ୫ ଦିନ ପରେ ଦୁଇଟି ମାଛଧରା ଟ୍ରଲର୍ ସହ ଯାଇଥିବା ୧୩ ମତ୍ସ୍ୟଜୀବୀଙ୍କର ପତ୍ତା ମିଳିଥିବା ଜଣାଯାଇଛି। ସେମାନେ ପାରାଦୀପଠାରୁ ମାତ୍ର ୨୦ କିଲୋମିଟର ଦୂରରେ ଥିବା ନେଇ ଖବର ମିଳିଛି। ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ଥିବା ଓଡ଼ିଶା ସାମୁଦ୍ରିକ ମତ୍ସ୍ୟ ଉତ୍ପାଦକ ସଂଘର ସଭାପତି ଶ୍ରୀକାନ୍ତ ପରିଡ଼ା ସୂଚନା ଦେଇଛନ୍ତି।ସୂଚନାଯୋଗ୍ୟ, ଦୁଇଟି ମାଛଧରା ଟ୍ରଲର୍ ସହ ଯାଇଥିବା ୧୩ ମତ୍ସ୍ୟଜୀବୀଙ୍କର ଗତ ୫ ଦିନ ହେଲା କୌଣସି ପତ୍ତା ମିଳୁନଥିଲା । ବହୁ ଖୋଜାଖୋଜି କରି ବିଫଳ ହେବାପରେ ମତ୍ସ୍ୟ ବିଭାଗର ଅତିରିକ୍ତ ଅଧିକାରୀ ଭାରତୀୟ ତଟରକ୍ଷୀବାହିନୀ ଓ ସାମୁଦ୍ରିକ ଥାନା ପୁଲିସକୁ ଏକ ଚିଠି ଲେଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |