ନୂଆଦିଲ୍ଲୀ: ଭାରତୀୟ ସେନାର ଦାବି ଆଗରେ ମୁଣ୍ଡ ନୂଆଁଇଲା ଚୀନର ପିପୁଲ୍ସ ଲିବରେସନ୍ ଆର୍ମି । ଅରୁଣାଚଳରୁ ଉଠାଇ ନେଇଥିବା ୫ ଜଣଙ୍କୁ ଆଜି ଚୀନ ଫେରାଇବ ବୋଲି ପ୍ରତିଶ୍ରୁତି ଦେଇଛି। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତଥା ଅରୁଣାଚଳ ପ୍ରଦେଶ ସାଂସଦ କିରଣ ରିଜିଜୁ । ସେ କହିଛନ୍ତି ଯେ, ଭାରତୀୟ ସେନା ଦ୍ୱାରା ପଠାଯାଇଥିବା ହଟଲାଇନ ମେସେଜର ଜବାବ ଦେଇଛି ଚୀନର ପିଏଲଏ । ଅରୁଣାଚଳରୁ ନିଖୋଜ ୫ ଯୁବକ ଚୀନରେ ଥିବା ସ୍ୱୀକାର କରିଛି ପିଏଲଏ । ଏଥିସହ ସେମାନଙ୍କୁ ଭାରତକୁ ଫେରାଇ ଦେବାପାଇଁ ରାଜି ହୋଇଛି । ଆଜି ଏକ ନିର୍ଦ୍ଦିଷ୍ଟ ସ୍ଥିରିକୃତ ସ୍ଥାନରେ ଏମାନଙ୍କୁ ହସ୍ତାନ୍ତର ପ୍ରକ୍ରିୟା ହେବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |