ଭୁବନେଶ୍ବର : ସମୁଦ୍ର ପତ୍ତନରେ ଥିବା ନିମ୍ନଚାପ ରେଖା ଉତ୍ତର ପଞ୍ଜାବରୁ ହରିୟାଣା, ପଶ୍ଚିମ ଉତ୍ତର ପ୍ରଦେଶ, ଉତ୍ତର ଝାଡ଼ଖଣ୍ଡ ଏବଂ ଗାେଙ୍ଗୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଏହାସହିତ ଝାଡ଼ଖଣ୍ଡ ଏବଂ ତା’ର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିମି ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟ ଦେଇ ଏକ ନିମ୍ନ ଚାପ ରେଖା ସମୁଦ୍ର ପତ୍ତନଠାରୁ ୧.୫ କିମି ଉଚ୍ଚତା ମଧ୍ୟରେ ଉତ୍ତର ଆନ୍ଧ୍ର ଉପକୂଳ ଯାଏଁ ଲମ୍ବିଛି।
ଏ ସମ୍ବନ୍ଧରେ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଏହାର ପ୍ରଭାବ ଏବଂ ମୌସୁମି ବାୟୁ ସକ୍ରିୟ ରହିବା ଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଏବଂ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଅନୁଭୂତ ହୋଇପାରେ। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ନୟାଗଡ଼ରେ ବର୍ଷା ୭୫ ମିମି ରେକର୍ଡ଼ କରାଯାଇଛି। ଗୋପାଳପୁର, ଅନୁଗୋଳ, କଟକ, ହୀରାକୁଦ, ତାଳଚେର, ଭବାନୀପାଟଣା, କୋରାପୁଟ, ଟିଟିଲଗଡ଼, ମାଲକାନଗିରି, ପାରଳାଖେମୁଣ୍ଡି ଏବଂ ରାୟଗଡ଼ାରେ ବର୍ଷା ଅନୁଭୂତ ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |