ଭୁବନେଶ୍ୱର,୧୧।୦୩: ଆସନ୍ତା ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ସତର୍କତା ଜାରି କରାଯାଇଛି।ସନ୍ଧ୍ୟା ୭ଟା ମଧ୍ୟରେ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ଗଜପତି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଗତକାଲି କରଞ୍ଜିଆ ସମେତ ଶିମିଳିପାଳରେ ବର୍ଷା ହୋଇଥିଲା। ଶିମିଳିପାଳ ଅଭୟାରଣ୍ୟର କିଛି ଅଞ୍ଚଳରେ ବର୍ଷା ହେବା ପରେ ନିଆଁରୁ ସାମାନ୍ୟ ଆଶ୍ୱସ୍ତି ଆଣିଦେଇଥିଲା। ଶିମିଳିପାଳରେ ରହୁଥିବା ଅସଂଖ୍ୟା ଜୀବଜନ୍ତୁ ବୃକ୍ଷଲତାଙ୍କ ଖୁସି ବୋଲି କୁହାଯାଇପାରେ। ସେପଟେ ରାଜ୍ୟ ଜାରି ରହିଥିବା ତାପମାତ୍ରା କମିବା ଯୋଗୁଁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ସେପଟେ ଦେବଗଡ଼ରେ ମଧ୍ୟମ ଧରଣର ବର୍ଷା ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |