୮ ଲେନ ବିଶିଷ୍ଟ ହେବ ପାରାଦୀପରୁ ବଡବିଲ ପର୍ଯ୍ୟନ୍ତ ରାସ୍ତା

ଭୁବନେଶ୍ୱର,୨ ।୨ : ଓଡିଶାରେ ଜାତୀୟ ରାଜପଥ ଓ ବିିଭିନ୍ନ ପ୍ରକଳ୍ପକୁ ନେଇ ୩ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଥିବା ୩ କେନ୍ଦ୍ରମନ୍ତ୍ରୀ ହେଉଛନ୍ତି- ନୀତୀନ ଗଡକରୀ, ଧର୍ମେନ୍ଦ୍ର ପ୍ରଧାନ ଓ ଭି.କେ.ସିଂହ । ନୀତୀନ ଗଡକରୀଙ୍କ ନୂଆଦିଲ୍ଲୀ ବାସଭବନରେ ଅନ୍ୟ ୨ ମନ୍ତ୍ରୀ ଅଛନ୍ତି । ଏହି ବୈଠକ ରେ  ପାରାଦୀପ ଠାରୁ ବଡ଼ବିଲ ମଧ୍ୟରେ ପ୍ରସ୍ତାବିତ ୮ ଲେନ୍ ବିଶିଷ୍ଟ ୩୦୦ କିମି ଲମ୍ବ ଅର୍ଥନୈତିକ କୋରିଡ଼ର ଉପରେ ଆଲୋଚନା କରାଯାଇଥିଲା । ଏହି ରାସ୍ତା ପାରାଦୀପରୁ ଆରମ୍ଭ ହୋଇ ଚଣ୍ଡିଖୋଲ- ଡ଼ୁବୁରି- କେନ୍ଦୁଝର- ରିମୁଳି- ବଡରସାହୀ ଦେଇ ବଡବିଲରେ ଶେଷ ହେବ । ଏହି ରାସ୍ତା ପାରାଦୀପ ଠାରୁ ଆରମ୍ଭ ହୋଇ ଚଣ୍ଡିଖୋଲ, ଡ଼ୁବୁରି, କେନ୍ଦୁଝର, ରିମୁଳି ଓ ବଡରସାହି ଦେଇ ବଡବିଲରେ ଶେଷ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀଙ୍କ ନିଷ୍ପତ୍ତି ସଂପର୍କରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି। କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ପାରାଦୀପ ଠାରୁ ବଡ଼ବିଲ ପର୍ଯ୍ୟନ୍ତ ୩୦୦ କିଲୋମିଟର ରାସ୍ତାକୁ ୮ ଥାକିଆ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଗଡ଼କରୀ, ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ମିଶନର କୋଷ୍ଟାଲ ହାଇେଓ୍ୱ ନେଇ ଥିବା ସମସ୍ୟା ତଥା ଗୋପାଳପୁରରୁ ସାତପଡ଼ା ପାଇଁ ପ୍ରକଳ୍ପର କାମ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବା ତଥା ଅନୁମତି ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରତିଶ୍ରୁତି ଦେଇଛନ୍ତି। କୋଷ୍ଟାଲ ହାଇୱେ ପାଇଁ ଯାହା ସହଯୋଗ ଆବଶ୍ୟକ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୈଠକରେ ଭୁବନେଶ୍ବର ରିଙ୍ଗ ରୋଡ ପ୍ରକଳ୍ପ ନେଇ ମଧ୍ୟଆଲୋଚନାହୋଇଥିଲା ଏହି ବୈଠକରେ ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ମନ୍ତ୍ରୀ ନିତୀନ ଗଡକରୀଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ବିଶେଷ ଭାବରେ ଭାରତମାଳା ପରିଯୋଜନାରେ ଦୀଘା–ଗୋପାଳପୁର ଉପକୂଳ ରାଜପଥ ପ୍ରକଳ୍ପର ବିକାଶର କାମକୁ ତ୍ୱରାନ୍ବିତ କରିବା ଦିଗରେ ଆଲୋଚନା ହୋଇଛି। ୯ ହଜାର କୋଟି ଟଙ୍କା ଖର୍ଚ୍ଚରେ ଓଡ଼ିଶାର ଉପକୂଳବର୍ତୀ ଅଂଚଳର ଲାଇଫଲାଇନ୍ ହେବାକୁ ଯାଉଥିବା ଏହି କୋଷ୍ଟାଲ ହାଇେଓ୍ୱର ଅଗ୍ରଗତି ନେଇ ଆଲୋଚନା ହୋଇଥିବା ବେଳେ ଗୋପାଳପୁରରୁ ସାତପଡ଼ା ପାଇଁ ପ୍ରକଳ୍ପର କାମ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବା ତଥା ଅନୁମତି ଦେବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଓଡ଼ିଶାର ସର୍ବବୃହତ ରାଜପଥ ପ୍ରକଳ୍ପ କୋଷ୍ଟାଲ ହାଇେଓ୍ୱ ସମ୍ପୂର୍ଣ୍ଣ ହେଲେ ଏହା ପର୍ଯ୍ୟଟନ ଶିଳ୍ପକୁ ତ୍ୱରାନ୍ବିତ କରିବା ସଙ୍ଗେସଙ୍ଗେ ମତ୍ସ୍ୟ ଚାଷ, ଖାଦ୍ୟ ପ୍ରକ୍ରିୟାକରଣ, ଲଜିଷ୍ଟିକୁ ସୁବିଧା  ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: