39

ଆଜି ଭାରତ ପାଳନ କରୁଛି ୭୨ତମ ଗଣତନ୍ତ୍ର ଦିବସ,ରାଜପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ୦୨୬/୦୧:   ଭାରତ ଆଜି ପାଳନ କରୁଛି ୭୨ତମ ଗଣତନ୍ତ୍ର ଦିବସ।  ଏହି ଅବସରରେ ଦିଲ୍ଲୀର ରାଜପଥରେ ପରେଡ୍ ଅନୁଷ୍ଠିତ ହେଉଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦେଶର ବଡ ବଡ ନେତା ଓ ମନ୍ତ୍ରୀ କାର୍ଯ୍ୟକ୍ରମରେ ସାମିଲ  ହୋଇଛନ୍ତି । ଏଠାରେ ଭାରତ ସାରା ବିଶ୍ୱ ଆଗରେ ନିଜର ଶକ୍ତି ପ୍ରଦର୍ଶନ କରିବ । ଏହାସହ ଭିନ୍ନ ଭିନ୍ନ ସାଂସ୍କୃତିକ ଝଲକ ମଧ୍ୟ ପ୍ରଦର୍ଶିତ ହେବ ।  ଆଜି ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଇଣ୍ଡିଆ ଗେଟ୍‌’ ଅଞ୍ଚଳରେ ଥିବା ‘ଜାତୀୟ ଯୁଦ୍ଧ ସ୍ମାରକୀ’ରେ ପୁଷ୍ପମାଲ୍ୟ ଅର୍ପଣ କରି ସହିଦ ଯବାନମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଆଜି ଦେଶ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜପଥରେ ପହଞ୍ଚିବା ପରେ ‘ଜାତୀୟ ଯୁଦ୍ଧ ସ୍ମାରକୀ’ସ୍ଥଳକୁ ଯାଇଥିଲେ। ତାଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଚିଫ୍‌ ଅଫ୍‌ ଡିଫେନ୍‌ସ୍‌ ଷ୍ଟାଫ୍‌ ଜେନେରାଲ୍‌ ବିପିନ ରାଓ୍ଵତ ମଧ୍ୟ ସେଠାକୁ ଯାଇଥିଲେ। ସ୍ମାରକୀରେ ଥିବା ‘ସେରିମୋନିଆଲ୍‌ ବୁକ୍‌’ରେ ମଧ୍ୟ ପ୍ରଧାନମନ୍ତ୍ରୀ ସ୍ୱାକ୍ଷର କରିଥିଲେ। ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗ ଦେବା ଲାଗି ପ୍ରଧାନମନ୍ତ୍ରୀ ଜାମନଗରରୁ ଆସିଥିବା ଏକ ସ୍ୱତନ୍ତ୍ର ‘ପଗଡ଼ି’ ପରିଧାନ କରିଛନ୍ତି। ଏହି ‘ପଗଡ଼ି’ଟି ପ୍ରଥମ କରି ଗୁଜରାଟ ଅନ୍ତର୍ଗତ ଜାମନଗରର ରାଜପରିବାର ତରଫରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଉପହାର ଦିଆଯାଇଛି। ଏହାପରେ ପ୍ରଧାନମନ୍ତ୍ରୀ ଉତ୍ସବସ୍ଥଳ ରାଜପଥକୁ ଫେରିଥିଲେ ଏବଂ ପରେ ପରେ ସେଠାରେ ପହଞ୍ଚିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ପାଛୋଟି ନେଇଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ୭୨ତମ ସାଧାରଣତନ୍ତ୍ର ଦିବସ ଅବସରରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!