62

ଶ୍ରୀଜୀଉଙ୍କ ଦର୍ଶନ କଲେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ

ପୁରୀ ୧୯।୨: ଆଜି ସକାଳେ ଭୁବନେଶ୍ୱରରୁ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ହିନ୍ଦୀ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ଅଭିନେତ୍ରୀ କଙ୍ଗନା ରାଣାୱତ  । ଆଜି ପବିତ୍ର ମାଘସପ୍ତମୀ ଅବସରରେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି  ଓଡ଼ିଶା ଗସ୍ତରେ ଆସିଥିବା କଙ୍ଗନା ରାନାଓ୍ବତ୍ ।  କଡା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ପହଞ୍ଚିବା ସମୟରେ ସିଂହାରୀ ସେବାୟତ ମଧୁସୂଦନ ସିଂହାରୀ  ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ତାଙ୍କୁ ସ୍ୱାଗତ କରିଥିଲେ । କଙ୍ଗନା ଶ୍ରୀଜିଉଙ୍କ ମଙ୍ଗଳ ଆଳତୀ ଦର୍ଶନ କରିବା ସହ ବେଢା ପରିକ୍ରମା କରିଛନ୍ତି । ଏହାପରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ଅଭିନେତ୍ରୀ କଙ୍ଗନା ରଣାଓ୍ୱତ୍‌ । ସମୁଦ୍ରକୂଳ ନିକଟସ୍ଥ ଏକ ଘରୋଇ ତାରକା ହୋଟେଲରୁ ତାଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷା ସହ ଶ୍ରୀମନ୍ଦିରକୁ ନିଆଯାଇଥିଲା। ସିଆରପିଏଫ ପକ୍ଷରୁ ୱାଇ ବର୍ଗର ସୁରକ୍ଷା ସହ ଓଡିଶା ପୁଲିସ ପକ୍ଷରୁ ତାଙ୍କୁ କର୍ଡନ କରାଯାଇ ଶ୍ରୀମନ୍ଦିରକୁ ନିଆଯାଇଥିଲା। ସେଠାରେ କଙ୍ଗନାଙ୍କୁ ମନ୍ଦିର ପ୍ରଶାସନ ଓ ସେବାୟତମାନେ ସ୍ୱାଗତ କରିଥିଲେ। ସେଠାରେ ଉପସ୍ଥିତ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ସେ ବହୁ ପୂର୍ବରୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ଚାହୁଁଥିଲେ ଯାହା ଆଜି ପୁରାଣ ହୋଇଛି। ଏହି ଅବସରରେ ମହାପ୍ରଭୁଙ୍କ ସୁନାବେଶ ଫଟୋ ଚିତ୍ର ତାଙ୍କୁ ଉପହାର ଦିଆଯାଇଥିଲା ଓ ସେ ସେହି ଫଟୋକୁ ହାତରେ ଧରି ଫଟୋ ଉଠାଇଥିଲେ। ସେ ଆଜି ମୁମ୍ବାଇ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!