Odian News
99

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବୋଲେରୋ

ବରଗଡ଼ ୧୯।୦୨: ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବୋଲେରୋ । ବରଗଡ଼ ବରଡୋଲ ଛୋଟ କେନାଲ ନିକଟରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି । ଖବର ଅନୁଯାୟୀ, ବରଗଡ଼ ଜିଲ୍ଲା ଗାଇସିଲେଟ୍‌ ବ୍ଲକ ଚମରିଆ ଗାଁର ବୀର ପ୍ରଧାନ ଓ ତାଙ୍କ ପରିବାର ଲୋକ ଭଟଲି ଥାନା ଜଡାମୁଡ଼ା ଗାଁକୁ ଯାଉଥିଲେ । ଏକ ବୋଲରୋ ଯୋଗ ଯାଉଥିବା ବେଳେ ବରଡୋଲ ଛୋଟ କେନାଲ ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସପଡିଛି । ଯାହାଫଳରେ କି ଗାଡ଼ିରେ ଥିବା ୬ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରୁ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତିରତ କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି । ସେପଟେ ଦୁର୍ଘଟଣା ପରେ ବୋଲେରୋ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!