43

ଲମତାପୁଟରୁ ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଲମତାପୁଟ,୨୩।୨:  କୋରାପୁଟ ଜିଲ୍ଲାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଥିବାର ଖବର ମିଳିଛି। ଚୋରାଚାଲାଣ ସମୟରେ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରାଚାଲାଣ ସମୟରେ ମାଛକୁଣ୍ଡ ଓ ଲମତାପୁଟ ପୁଲିସ ଦ୍ବାରା ପେଟା ଗ୍ରାମ ନିକଟରେ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି। ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ସମୟରେ ମାଛକୁଣ୍ଡ ଓ ଲମତାପୁଟ ପୁଲିସ ପେଟା ଗ୍ରାମ ନିକଟରେ ଏକ ପିକଅପ ଭ୍ୟାନକୁ ଅଟକାଇଥିଲେ। ସେଥିରୁ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଥିଲା। ପୁଲିସ ପିକଅପ ଭ୍ୟାନର ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!