ଭୁବନେଶ୍ୱର,୨୬ ।୨ : ସାରା ରାଜ୍ୟରେ ମାର୍ଚ୍ଚ ୧ରୁ ବଦଳିଯିବ ସ୍କୁଲ ସମୟ । ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ପହିଲାରୁ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ ସ୍କୁଲ ହେବ। ନବମ ଓ ଏକାଦଶ ଶ୍ରେଣୀ ପାଇଁ ସକାଳ ୭ଟାରୁ ୯ଟା ଏବଂ ଦଶମ ଓ ଦ୍ୱାଦଶ ପାଇଁ ସକାଳ ୯ଟାରୁ ଦିନ ୧ଟା ସ୍କୁଲ କରାଯାଇଛି। ଏନେଇ ସବୁ ଜିଲା ଶିକ୍ଷା ଅଧିକାରୀ ମାନଙ୍କୁ ଗଣଶିକ୍ଷା ଅତିରିକ୍ତ ଶାସନ ସଚିବ ଡ.ପ୍ରତାପ କୁମାର ମିଶ୍ର ଚିଠି ଲେଖି ଜଣାଇଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲରେ ପାଠପଢା ସମୟ ସ୍ଥିର କରାଯାଇଛି। କରୋନା ଯୋଗୁଁ ପ୍ରଥମରୁ ଅଷ୍ଟମ ଏବେ ସ୍କୁଲ ଖୋଲି ନଥିବାବେଳେ ନବମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ସ୍କୁଲରେ ଚାଲିଛି। ତେବେ ଚଳିତବର୍ଷ ଖରାଦିନେ ମଧ୍ୟ ସ୍କୁଲ ଓ କଲେଜ ଖୋଲା ରହିପାରେ। କୋଭିଡ୍ ଯୋଗୁଁ ଶିକ୍ଷାରେ ଉପୁଜିଥିବା ପାଠପଢାଜନିତ କ୍ଷତି ଭରଣା ଲାଗି ଶିକ୍ଷାନୁଷ୍ଠାନ ଗୁଡିକ ଖୋଲା ରହିପାରେ। ସେଥିପାଇଁ ଶିକ୍ଷାନୁଷ୍ଠାନରେ ଜଳ ବ୍ୟବସ୍ଥା କରିବାକୁ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ନିର୍ଦେଶ ଦେଇଛନ୍ତି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ସବୁ ଡିଇଓମାନଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ଅତିରିକ୍ତ ସଚିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |