46

ଭୁବନେଶ୍ଵରର ଘରୋଇ ଶିକ୍ଷାନୁଷ୍ଠାନ XIMBକୁ ସିଲ୍ କଲା ବିଏମସି

ଭୁବନେଶ୍ଵର, ୨୨/୦୩ : ଭୁବନେଶ୍ଵରର ଘରୋଇ ଶିକ୍ଷାନୁଷ୍ଠାନ ସିଲ୍। XIMBକୁ ସିଲ୍ କଲା ବିଏମସି। XIMBରେ ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଏମସି ସିଲ୍ କରିଛି। ସମସ୍ତ ଆକ୍ରାନ୍ତଙ୍କୁ ଗୋଟିଏ ହଷ୍ଟେଲ ରୁମରେ ଆଇସୋଲେସନ କରାଯାଇଛି।ତେବେ ଶିକ୍ଷାନୁଷ୍ଠାନ ଭିତରକୁ ପ୍ରବେଶ ଉପରେ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଏତଦ୍ ବ୍ୟତୀତ କ୍ୟାମ୍ପସ ଭିତରେ ଥିବା ବ୍ୟକ୍ତିଙ୍କୁ ବାହାରକୁ ଆସିବାକୁ ବାରଣ କରାଯାଇଛି। ସମସ୍ତ ଆକ୍ରାନ୍ତଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଓ ଔଷଧ ଯୋଗାଇଦେବ ବିଏମସି। କେବଳ ବିଏମସି କର୍ମଚାରୀଙ୍କୁ କ୍ୟାମ୍ପସ ଭିତରକୁ ପ୍ରବେଶ କରିବାକୁ ଅନୁମତି ମିଳିବ। ଶିକ୍ଷାନୁଷ୍ଠାନର ସମସ୍ତ ଛାତ୍ର ଓ ଶିକ୍ଷକଙ୍କ ଆଜି କୋଭିଡ୍ ଟେଷ୍ଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। XIMB ପରିସରରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!