37

କୋଟିଆରେ ନିର୍ବାଚନ ପାଇଁ ଆନ୍ଧ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି

ଭୁବନେଶ୍ୱର, ୫ା୪: କିଛିଦିନର ନିରବତା ପରେ ପୁଣି ଆନ୍ଧ୍ରର ଦାଦାଗିରି ଆରମ୍ଭ ହୋଇଛି । କୋଟିଆରେ ନିର୍ବାଚନ ପାଇଁ ଆନ୍ଧ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପଞ୍ଚାୟତ ନିର୍ବାଚନ ପରେ ଏବେ ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ନିର୍ବାଚନ କମିଶନ । ଆସନ୍ତା ୮ ତାରିଖରେ ନିର୍ବାଚନ ହେବ ଓ ୧୦ରେ ଭୋଟ ଗଣତି ହେବ ବୋଲି ଜଣାପଡ଼ିଛି । ପୂର୍ବରୁ କୋଟିଆକୁ ନେଇ ବିବାଦ ଲାଗି ରହିଥିବା ବେଳେ ପୁଣି ଏକ ନୂଆ ବିବାଦ ମୁଣ୍ଡ ଟେକିଛି । ସୂଚନାଯୋଗ୍ୟ ଯେ, ଗତ ଫେବୃଆରୀ ମାସରେ ଆନ୍ଧ୍ର ସରକାର କୋଟିଆରେ କିଛି ଅଞ୍ଚଳରେ ନିର୍ବାଚନ କରାଇଥିଲେ । ଫଳରେ ଓଡ଼ିଶା ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!