42

ଅନିଲ ଦେଶମୁଖଙ୍କ ସ୍ଥାନରେ ଏନସିପି ନେତା ଦିଲ୍ଲୀପ ୱଲସେ ପାଟିଲ ହେବେ ଗୃହମନ୍ତ୍ରୀ

ମୁମ୍ବାଇ, ୫ା୪   :ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ଅନୀଲଙ୍କ ନାମରେ ଥିବା ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇକୁ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ନିର୍ଦ୍ଦେଶ ଆସିବାର କିଛି ସମୟ ମଧ୍ୟରେ ଅନୀଲ ଦେଶମୁଖ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଦେଖା କରିଥିଲେ । ସେଠାରୁ ଫେରି ସେ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ପଠାଇଥିବା ଜଣାପଡ଼ିଛି।ମୁମ୍ବାଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂ ଅନୀଲଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ  ଅନୀଲ ତାଙ୍କୁ ଏବଂ ଗିରଫ ହୋଇଥିବା ଏନକାଉଣ୍ଟର ସ୍ପେଶାଲିଷ୍ଟ ସଚିନ ଭାଜେଙ୍କୁ ପ୍ରତିମାସ ୧୦୦ କୋଟି ଟଙ୍କା ଚାନ୍ଦା ଆଦାୟ କରିବାକୁ ଚାପ ପକାଉଥିଲେ । ଏନେଇ ପରମବୀର ସିଂ ହାଇକୋର୍ଟରେ ମାମଲା ଦାୟର କରିଥିଲେ । ଏହି ମାମଲାର ଶୁଣାଣି କରି ବମ୍ବେ ହାଇକୋର୍ଟ ଆଜି ପ୍ରାଥମିକ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।  ଅନିଲ ଦେଶମୁଖ ସୋମବାର ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ତେବେ ବର୍ତ୍ତମାନ ପାଇଁ ଗୃହ ବିଭାଗକୁ ମୁଖ୍ୟମନ୍ତ୍ରୀ ବୁଝିବେ ବୋଲି ସୁଚନା ରହିଥିଲା । କିନ୍ତୁ ଏବେ ଅନିଲ ଦେଶମୁଖଙ୍କ ସ୍ଥାନରେ ଏନସିପି ନେତା ଦିଲ୍ଲୀପ ୱଲସେ ପାଟିଲ ଗୃହମନ୍ତ୍ରୀ ପଦକୁ ମଣ୍ଡନ କରିବେ ବୋଲି ସାଧାରଣରେ ଚର୍ଚ୍ଚା ହେବାକୁ ଲାଗିଛି । ଏନେଇ ସରକାରୀ ସୁତ୍ରରୁ ମଧ୍ୟ ଖବର ପ୍ରକାଶ ପାଇଛି ।  ସେପଟେ ଦିଲ୍ଲୀପ ୱଲସେ ପାଟିଲ୍ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ କ୍ୟାବିନେଟ୍ ରେ ଅବକାରୀ ଏବଂ ଶ୍ରମ ବିଭାଗର ମନ୍ତ୍ରୀ ପଦ ସମ୍ଭାଳୁଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!