48

ନବମ ଓ ଏକାଦଶ କ୍ଲାସ୍ ବନ୍ଦ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର  ୭ା୪ : ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି । କରୋନା ସଂକ୍ରମଣ ବଢୁଥିବା ଦେଖି ନବମ ଓ ଏକାଦଶ କ୍ଲାସ୍ ବନ୍ଦ କରିବାକୁ ରାଜ୍ୟ ସରକାରଙ୍କ ଘୋଷଣା । ସରକାରୀ, ଅନୁଦାନପ୍ରାପ୍ତ ଏବଂ ଘରୋଇ ସ୍କୁଲରେ କ୍ଲାସ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ବଢୁଥିବା କରୋନା ଆକ୍ରାନ୍ତଙ୍କ ସଂଖାକୁ ଦୃଷ୍ଟିରେ ରଖି ରାଜ୍ୟରେ ନବମ ଏବଂ ଏକାଦଶ ଶ୍ରେଣୀ ପାଠପଢା ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ନିର୍ଦ୍ଦେଶାନାମା ଅନୁଯାୟୀ ସରକାରୀ, ଅନୁଦାନପ୍ରାପ୍ତ ଏବଂ ଘରୋଇ ସ୍କୁଲରେ ପାଠପଢା ବନ୍ଦ ରହିବ। ଏପ୍ରିଲ ୩୦ ପର୍ଯ୍ୟନ୍ତ କ୍ଲାସ ବନ୍ଦ ପାଇଁ ବୁଧବାର ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ଉପରୋକ୍ତ ଦୁଇ ଶ୍ରେଣୀର ପିଲାଙ୍କୁ ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି ଏହି ଦୁଇ ଶ୍ରେଣୀର ପିଲା ହୋଷ୍ଟେଲ, ଆବାସିକ ସ୍କୁଲରେ ପଢୁଛନ୍ତି ତେବେ ସେମାନଙ୍କୁ ଶୀଘ୍ର ଘରକୁ ଯିବାକୁ କୁହାଯାଇଛି। କିନ୍ତୁ ଦଶମ ଏବଂ ଦ୍ଵାଦଶ ଶ୍ରେଣୀ କ୍ଲାସ୍ ଏପ୍ରିଲ ୨୫ ପର୍ଯ୍ୟନ୍ତ ଚାଲୁ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ନବମ ଏବଂ ଏକାଦଶ ଶ୍ରେଣୀ ଏପ୍ରିଲ ୮ରୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!