17

ଗୁଣୁପୁର GIET ବିଶ୍ୱବିଦ୍ୟାଳୟ ୩ ଦିନ ବନ୍ଦ

ଗୁଣୁପୁର,୮/୪: ରାୟଗଡ଼ ଜିଲ୍ଲା ଗୁଣୁପୁରରେ ଥିବା ଗାନ୍ଧି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି(GIET) ବିଶ୍ୱବିଦ୍ୟାଳୟରୁ କରୋନା ପଜିଟିଭ୍‌ ଚିହ୍ନଟ ପରେ ୩ ଦିନ ପାଇଁ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖାଯାଇଛି। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ଗୁଣୁପୁର ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିବା ରେଜିଷ୍ଟ୍ରାର କହିଛନ୍ତି। ଫଳରେ କ୍ୟାମ୍ପସ ବାହାରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍ ଭିତରକୁ ଆସିପାରିବେ ନାହିଁ କି ଭିତରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍ ବାହାରକୁ ଯାଇ ପାରିବେ ନାହିଁ। ମେଡିକାଲ୍ ଟିମ୍‌କୁ ସହଯୋଗ କରିବା ଲାଗି କ୍ୟାମ୍ପସରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍‌ଙ୍କୁ ପରାମର୍ଶ ଦିଆଯାଇଛି। ଗତକାଲି ରାଜ୍ୟରେ ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜଧାନୀ ଭୁବନେଶ୍ୱରରୁ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରାବାସର ଅନ୍ତେବାସୀଙ୍କ ଲାଗି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଗାଇଡ୍‌ଲାଇନ୍ ଜାରି କରିଛି। ପରୀକ୍ଷା ସରିଥିବା ଓ ପରୀକ୍ଷା ନଥିବା ପିଲାଙ୍କୁ ହଷ୍ଟେଲ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!