16

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମିଳିଲା ହତ୍ୟା ଧମକ

ଲକ୍ଷ୍ନୌ,୦୪ ।୦୫: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଧମକପୂର୍ଣ୍ଣ ହତ୍ୟା ମେସେଜ ମିଳିଥିବା ସୂଚନା ମିଳିଛି। କେହି ଜଣେ ଅଜଣା ବ୍ୟକ୍ତି ଉତ୍ତର ପ୍ରଦେଶ ପୋଲିସ କଣ୍ଟ୍ରୋଲ ରୁମର ହ୍ୱାଟ୍ସଆପ୍‌ ଏମରଜେନ୍ସି ନମ୍ବର ‘112’ କୁ ମେସେଜ କରି ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ ଦେଇଛନ୍ତି। ଚାରି ଦିନ ମଧ୍ୟରେ ଯାହା କରିପାରିବ ତାହା କରି ଦିଅ ବୋଲି ସମ୍ପୃକ୍ତ ବ୍ୟକ୍ତି ଜଣକ ଧମକ ଦେଇ କହିଛନ୍ତି। ଘଟଣାକୁ ନେଇ ଥାନାରେ ଅଭିଯୋଗ ହୋଇଛି। ଯେଉଁ ନମ୍ବରରୁ ମେସେଜ ଆସିଥିଲା ତାକୁ ଟ୍ରେସ କରି ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ପୋଲିସ ଛାନଭିନ ଆରମ୍ଭ କରିଛି। ଉକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ପୋଲିସ ଏକ ସର୍ଭେଲାନ୍ସ ଟିମ ଗଠନ କରିଛି।

  • ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଧମକପୂର୍ଣ୍ଣ ହତ୍ୟା ମେସେଜ
  • ଘଟଣାକୁ ନେଇ ଥାନାରେ ଅଭିଯୋଗ
  • ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ପୋଲିସର ଛାନଭିନ

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!