89

ବିଜେଡିର ଚାରି ନେତା କରୋନା ପଜିଟିଭ୍, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର ୮।୫: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଦ୍‌ବେଗଜନକ ଭାବେ ବଢିବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟାରେ ନେତା, ମନ୍ତ୍ରୀ ଏବଂ ବିଧାୟକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହି କ୍ରମରେ ଶାସକ ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ଚାରି ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଟ୍ଵିଟ୍ କରି ଏହାର ସୂଚନା ଦେଇଛନ୍ତି।ଦଳର ବରିଷ୍ଠ ନେତା ତଥା ପଞ୍ଚାୟତିରାଜ ଏବଂ ଆଇନ ମନ୍ତ୍ରୀ ପ୍ରତାପ ଜେନା, ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ, ବିଧାୟକ ରଘୁନାଥ ଗମାଙ୍ଗ ଓ ଦଳର ବରିଷ୍ଠ ନେତା ତଥା ବିଧାୟକ ପ୍ରଫୁଲ୍ଲ ସାମଲ କୋଭିଡ୍ ସଂକ୍ରମିତ ହୋଇଛନ୍ତି। ସମସ୍ତଙ୍କ ଉତ୍ତମ ସ୍ଵାସ୍ଥ୍ୟ ଓ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜୟଶ୍ରୀ ରାଉତରାୟ କୋଭିଡ୍ ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଗତ ବର୍ଷ ମଧ୍ୟ ବିଜୟଶ୍ରୀ ରାଉତରାୟ କରୋନା ସଂକ୍ରମିତ ହୋଇଥିଲେ।  ପ୍ରଫୁଲ ସାମଲ ହୋମ ଆଇସୋଲେସନରେ ରହିଥିବା ସୂଚନା ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!