41

୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ ୩ ହଜାରରୁ ଅଧିକ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୯।୫:  ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୦୯୨ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪ ଲକ୍ଷ ୩  ହଜାର  ୭୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୦୯୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୨୨ ଲକ୍ଷ ୯୬ ହଜାର ୪୧୪ରେ ପହଞ୍ଚିଛି।ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୪୨ ହଜାର ୩୬୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୮୩ ଲକ୍ଷ ୧୭ ହଜାର ୪୦୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୩୬୬୪୮।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!