71

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୨୦/୮ : ୨୪ ଘଂଟାରେ ଅବପାତର ରୂପ ନେବ ଲଘୁଚାପ । ଆସନ୍ତା ୨୪ ଘଂଟାରେ ଅବପାତର ରୂପ ନେବ ଉତ୍ତର ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ । ଏବେ ଏହା ପଶ୍ଚିମଦିଗରେ ଗତି କରିଛି ।    ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ୧୪ ଜିଲ୍ଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲା ଗୁଡିକ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ଅନୁଗୁଳ। ସେହିପରି ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!