36

ଉଠାଦୋକାନୀଙ୍କ ପାଇଁ ୨୬.୨୯ କୋଟି ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮/୬ : କୋଭିଡର ଦ୍ୱିତୀୟ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି। ଜୀବନ ଜୀବିକା ଉପରେ ଏହାର ସର୍ବାଧିକ ପ୍ରଭାବ ପଡ଼ିଛି। ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଉନ ଯୋଗୁ ସହରାଞ୍ଚଳର ଉଠାଦୋକାନୀ ଙ୍କ ମାନେ ଆର୍ôଥକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସହରାଞ୍ଚଳର ଉଠାଦୋକାନୀଙ୍କ ପାଇଁ  ସହାୟତା ଘୋଷଣା କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କରିଛନ୍ତି। ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ପଂଜିକୃତ ଉଠାଦୋକାନୀ ଉପକୃତ ହେବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!