35

OAS ଅଧିକାରୀ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୯/୬: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ସ୍ତରରେ ଆଜି ଅଦଳବଦଳ କରାଯାଇଛି । ନୀତି ରଞ୍ଜନ ସେନଙ୍କୁ ରାଜ୍ୟ ଶ୍ରମ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ଜ୍ୟୋତିଶଙ୍କର ମହାପାତ୍ରଙ୍କୁ ପୁରୀ ଡିଆରଡିଏର ଅତିରିକ୍ତ ପିଡି, ଶରତ ଚନ୍ଦ୍ର ମହାପାତ୍ରଙ୍କୁ ଯାଜପୁର ଉପଜିଲ୍ଲାପାଳ, ଯୁଗଳେଶ୍ୱରୀ ଦାସଙ୍କୁ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳସଚିବ, ପ୍ରଦୀପ କୁମାର ମିଶ୍ରଙ୍କୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳସଚିବ ଭାବେ ନିଯୁକ୍ତି ଦିଆଯାଇଥିବା ଜଣାପଡ଼ିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!