29

ସ୍ୱାଧୀନତା ସଂଗ୍ରାମୀ ସମିତି ସଭାପତି ନକୁଳ ଦାସଙ୍କ ପ୍ରଥମ ଶ୍ରାଦ୍ଧୋତ୍ସବ

କେନ୍ଦ୍ରାପଡ଼ା,୧୦ା୬ : କେନ୍ଦ୍ରାପଡା ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ଆନୁକୁଲ୍ୟରେ ପ୍ରାକ୍ତନ ସଭାପତି ସ୍ୱର୍ଗତ ନକୁଳ ଚରଣ ଦାସଙ୍କ ପ୍ରଥମ ଶ୍ରାଦ୍ଧୋତ୍ସବ କୋଭିଡ-୧୯ ନିୟମ ଅନୁପାଳନ ପୂର୍ବକ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଗରାପୁରସ୍ଥିତ ଗାନ୍ଧୀ ସ୍ମୃତି ସଦନ ପରିସରରେ ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ସଭାପତି ବିମ୍ବାଧର ମୁଦୁଲିଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ପ୍ରାଧ୍ୟାପକ ନନ୍ଦ କିଶୋର ପରିଡା, ବିପିନ ବିହାରି ବାରିକ, ସଂଗ୍ରାମୀ ସମିତି ସମ୍ପାଦକ ଗୋପାଳକୃଷ୍ଣ ଜେନା, ନଟବର ପ୍ରଧାନ ପ୍ରମୁଖ ଯୋଗଦେଇ ସ୍ୱର୍ଗତ ଦାସଙ୍କ ଜୀବନାଦର୍ଶ ସମ୍ପର୍କରେ ଆଲୋକପାତ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଏହି ସ୍ମୃତି ସଭାରେ କୁଳମଣୀ ରାଉତ, ମିନତୀ ଦାସ, ରାଜେନ୍ଦ୍ର ମହାପାତ୍ର, ଦେବଦତ୍ତ ଦାସ, ତୁଷାର ଘୋଷ, ଦେବ ପ୍ରସାଦ ରାଉତ, ବାଉରୀବନ୍ଧୁ ଦାସ, ଅଶୋକ ମଲ୍ଲିକ, ନିରଞ୍ଜନ ସାହୁ, ସାମ୍ବାଦିକ ଚିତ୍ତରଞ୍ଜନ ଦାସ ପ୍ରମୁଖ ଯୋଗଦେଇ ସ୍ୱର୍ଗତ ଦାସଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଅବସରରେ ଗରାପୁର କୋଠିଛକରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ମାଲ୍ୟାର୍ପଣ କରାଯିବା ପରେ ସ୍ୱର୍ଗତ ଦାସଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ସଭା ଆରମ୍ଭ କରାଯାଇଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!