82

ପଶ୍ଚିମ ଓଡିଶାର ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର

ଝାରସୁଗୁଡା,୨୧/୮: ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁ ମଧ୍ୟରେ ବିମାନ ସେବା ପାଇଁ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିବା ବେଳେ  ଆସନ୍ତା ଅକ୍ଟୋବର    ୨୫ ତାରିଖ ଠାରୁ ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବାକୁ ଯାଉଛି ସ୍ପାଇସ ଜେଟ। ଆଜି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର ନିର୍ଦେଶକ କିଶୋର ସେନାପତି। ଝାରସୁଗୁଡାରେ ମିଳିବ ସିଧାସଳଖ ବିମାନ ସେବା। ଝାରସୁଗୁଡାରୁ ମୁମ୍ବାଇ ଓ ବାଙ୍ଗାଲୋରକୁ ସିଧାସଳଖ ଉଡାଣ କରିବ ବିମାନ। ପଶ୍ଚିମ ଓଡିଶା ମଧ୍ୟରେ ସିଧାସଳଖ ବିମାନ ଯୋଗାଯୋଗ ହେଲେ ଅଞ୍ଚଳବାସୀ ଅଧିକ ଲାଭବାନ ହେବେ ବୋଲି ଝାରସୁଗୁଡା ବିମାନ ବନ୍ଦର ନିର୍ଦ୍ଦେଶକ କିଶୋର ସେନାପତି ସୂଚନା ଦେଇଛନ୍ତି। ସ୍ପାଇସଜେଟ ଓ ଆଲାଇନ୍ସ ଏୟାର  ବିମାନ ସେବା ପ୍ରଦାନକାରୀ ସଂସ୍ଥା ଦିଲ୍ଲୀ, କୋଲକତା, ଭୁବନେଶ୍ୱର, ରାୟପୁର, ହାଇଦ୍ରାବାଦ ଯାତ୍ରୀଙ୍କୁ ବିମାନ ଯାତ୍ରା ଯୋଗାଇ ଆସୁଛନ୍ତି। କେବଳ ସ୍ପାଇଜେଟ ବିମାନ ସେବା ପ୍ରଦାନକାରୀ ସଂସ୍ଥା ମୁମ୍ବାଇ ଓ ବାଙ୍ଗାଲୋରକୁ  ପ୍ରଥମ କରି ବିମାନ ସେବା ଆରମ୍ଭ କରିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!