Odian News
57

ଏସସିବିରେ ‘ଏକମୋ’ ଚିକିତ୍ସାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ, ୨୭/୦୮: ଏସ୍‌ସିବିରେ  ଏକ୍‌ମୋ ଚିକିତ୍ସାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ୯ଟି ଏକମୋ ମେସିନକୁ ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏସ୍‌ସିବିରେ ଗୁରୁତର ରୋଗୀଙ୍କୁ ଏକମୋ ମାଗଣା ଚିକିତ୍ସା ସେବା ଦିଆଯିବ। ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହା ପୂର୍ବ ଭାରତରେ ଏହା ସବୁଠୁ ବଡ଼ ୟୁନିଟ୍ ହେବ।  ଏସ୍‌ସିବି କାର୍ଡିଲୋଜି ବିଲ୍‌ଡିଂରେ ତଳ ମହଲା ୩ ଓ ଉପର ମହଲାରେ ୬ଟି ଏକ୍‌ମୋ ମେସିନ୍ ସ୍ଥାପନ କରାଯାଇଥିବା ବେଳେ ସମସ୍ତ ମେସିନ୍ ହୃଦ୍ବବକ୍ଷଶଲ୍ୟ ବିଭା ଅଧୀନରେ ରହିବ। ୯ଟି ମେସିନିକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି । ଅଧିକ ଲୋକଙ୍କର କୋଭିଡରୁ ଭଲ ହେବା ପରେ ଏକମୋ ମେସିନର ଆବଶ୍ୟକ ପଡୁଛି । ସେଥିପାଇଁ କୋଭିଡରୁ ଭଲ ହେଉଥିବା ରୋଗୀଙ୍କ ପାଇଁ ବଡ଼ ୟୁନିଟ୍ କରାଯିବ ଓ ସଂକ୍ରମିତଙ୍କ ପାଇଁ ଛୋଟ ୟୁନିଟ୍ କରାଯିବ । କୋଭିଡରୁ ଭଲ ହେଉଥିବା ରୋଗୀଙ୍କ ଲାଗି ୬ଟି ମେସିନ ବ୍ୟବହାର ହେବ ଓ ସଂକ୍ରମିତଙ୍କ ଲାଗି ୩ଟି ମେସିନ ବ୍ୟବହାର କରାଯିବ। ଦୁଇଟି ପର୍ଯ୍ୟାୟରେ ୧୯ଜଣ ଡାକ୍ତର ଓ କର୍ମଚାରୀଙ୍କୁ ଏଥିପାଇଁ ଦିଆଯାଇଛି ତାଲିମ । ପୂର୍ବରୁ ଏକମୋ ଚିକିତ୍ସା ପାଇଁ ରୋଗୀମାନଙ୍କୁ ଏୟାର ଆମ୍ବୁଲାନ୍ସରେ ରାଜ୍ୟ ବାହାରକୁ ଯିବାକୁ ପଡୁଥିଲା । ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟାରୁ ଏବେ କଟକରେ ବିନାମୂଲ୍ୟରେ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା ମିଳିପାରିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!