Odian News
58

ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ,ଜଳିଗଲା ୭ ବଖରା ଘର

ଆନନ୍ଦପୁର ,୦୫/୧୦ : ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଫଳରେ ୧୧ ବଖରା ଜଳି ପାଉଁଶ ହୋଇଯାଇଛି । କେନ୍ଦୁଝର ଜିଲ୍ଲାର ହାଟଡିହି ବ୍ଳକ ପନ୍ଦାଡୋ ଗାଁରେ  ବିଳମ୍ବିତ ରାତିରେ ବିଦ୍ୟୁତ୍ ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ଟି ପରିବାରର ୭ ବଖରା ଘର ପୋଡ଼ିଯାଇ ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇ ଯାଇଛି। ପରିବାର ଲୋକେ ଶୋଇଥିବା ସମୟରେ ଅଗ୍ନିକାଣ୍ଡ ଘଟିବାରୁ କୌଣସି ଧନ ସମ୍ପତ୍ତି ଉଦ୍ଧାର କରାଯାଇ ପାରିନାହିଁ। ଏପରିକି ଦୁଇଟି ରୋଷେଇ ଗ୍ୟାସ ଟାଙ୍କି ଫାଟିବାରୁ ନିଆଁ ପାଖକୁ କେହି ଯିବାକୁ ସାହସ ମଧ୍ୟ କରି ନଥିଲେ।ଏଥିରେ କେହି ମୃତାହତ ହୋଇ ନଥିଲେ ହେଁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଥିବାର ଖବର ମିଳିଛି। ଘଟଣା ସଂପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!